ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ସଞ୍ଜୟ ଗାନ୍ଧୀ କଲୋନୀରେ ଆଗାମୀ ଦିନରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ।
ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ ଗୋଷାଣୀ ବାଲ୍ୟବିବାହ ନିଷେଧ ଅଧିକାରିଣୀ ଶ୍ରୀମତୀ ଗୌରୀ ନାୟକ ଜାଣିବାକୁ ପାଇଥିଲେ। ଶ୍ରୀମତୀ ନାୟକ ଖବର ପାଇ ବାଲ୍ୟବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ।
ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା। ଉକ୍ତ ଟିମ୍ ରେ ଆଇସିଡିଏସ୍ ( ICDS) ମହିଳା ସୁପରଭାଇଜର ଶ୍ରୀମତୀ ଅମିତା କୁମାରୀ ପାତ୍ର , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ଆଇନ ପର୍ଯ୍ୟବେକ୍ଷଣ ଅଧିକାରୀ ଶ୍ରୀଯୁକ୍ତ ଜୟପ୍ରକାଶ ବାଡ଼ତ୍ୟା , “ସଖୀ” ୱାନ୍ ଷ୍ଟପ୍ ସେଣ୍ଟର କେନ୍ଦ୍ରର ପରାମର୍ଶଦାତ୍ରୀ ଶ୍ରୀମତି ମୀନା କୁମାରୀ ଟହଲ , UNFPA ର ଜିଲ୍ଲା ପ୍ରତିନିଧି ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ , ଆକ୍ସନ ଏଡ୍ ର ବ୍ଲକ୍ ପ୍ରତିନିଧି ଶ୍ରୀଯୁକ୍ତ ବିଜୟ ପ୍ରଧାନ , ଚାଇଲଡ୍ ଲାଇନ ର ସଦସ୍ୟା ତପସ୍ବିନୀ ନାୟକ ଏବଂ ପୋଲିସ ଅଧିକାରୀ ଶ୍ରୀ ଯୋଗେନ୍ଦ୍ର ନାୟକ ଏବଂ ଶ୍ରୀମତି ବବିତା ରାଣୀ ମହାନ୍ତି ପ୍ରଭୃତି ଉକ୍ତ ସ୍ଥାନକୁ ଯାଇ ହେବାକୁ ଥିବା ବାଲ୍ୟବିବାହକୁ ସ୍ଥଗିତ କରିଥଲେ।
ଏହାପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବାଲ୍ୟବିବାହର କୁ-ପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା। ଝିଅଟିକୁ ଶିଶୁ ମଙ୍ଗଳ ସମିତି ଆଗରେ ଉପସ୍ଥାପନ କରିବା ପରେ ସେମାନଙ୍କର ଅଭିଭାବକଙ୍କୁ ହସ୍ତାନ୍ତର କରାଯାଇଥଇଲା। ସାହି ବାସିନ୍ଦାଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ପୂରଣ ନହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି।
ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟ ବିବାହ ନିରୋଧ ଟାସ୍କଫୋର୍ସ ଦ୍ବାରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।
Sign in
Sign in
Recover your password.
A password will be e-mailed to you.