ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ଆଗଭର ହେଉନି କେନ୍ଦ୍ର: ବିଜେଡି

0 2
  •  ସମସ୍ତ ପ୍ରକାର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ପୂର୍ଣ୍ଣ ପ୍ରତିଶ୍ରୁତି

  •  ସମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ କେନ୍ଦ୍ର ନେଇପାରିବ ନିଷ୍ପତ୍ତି

  •  ସମ୍ବେଦନଶୀଳ ପ୍ରସଙ୍ଗରେ ମିଛ ପ୍ରଚାର ନକରିବାକୁ ବିଜେଡିର ପରାମର୍ଶ

ନୂଆଦିଲ୍ଲୀ: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଏଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ପାଇଁ ଭିତ୍ତିଭୂମି ତଥା ଆର୍ଥିକ ସମ୍ବଳ ସମେତ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ କେନ୍ଦ୍ରକୁ ପୂର୍ଣ୍ଣ ପ୍ରତିଶ୍ରୁତି ଦେଇଛନ୍ତି ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ସମସ୍ତ କାର୍ଯ୍ୟ ପାଇଁ ‘ବ୍ଲାଙ୍କ୍‍ ଚେକ୍‍’ ଦେବା ସତ୍ତ୍ୱେ କେନ୍ଦ୍ର କାହିଁକି ଓଡ଼ିଶା ହାଇକୋର୍ଟଙ୍କ ପରାମର୍ଶ କ୍ରମେ ଏଥିପାଇଁ ସ୍ଥାନ ଚିହ୍ନଟ ନିମନ୍ତେ ଆଗଭର ହେଉନାହିଁ ତାହା ଆଶ୍ଚର୍ଯ୍ୟଜନକ ବୋଲି ଡକ୍ଟର ପାତ୍ର କହିଛନ୍ତି ।
ଭାରତୀୟ ସମ୍ବିଧାନର କେନ୍ଦ୍ର ତାଲିକାର ଏଣ୍ଟ୍ରି-୭୮ ଅଧୀନରେ ନିଜର କ୍ଷମତାକୁ ବ୍ୟବହାର କରି କେନ୍ଦ୍ର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିପାରିବ ।
ଯେତେବେଳେ ବି ନିର୍ବାଚନ ଆସେ ସେତେବେଳେ ପଶ୍ଚିମ ଓଡିଶାରେ ହାଇକୋର୍ଟର ବେଞ୍ଚ ସ୍ଥାପନକୁ ନେଇ ବିଜେପି କୁମ୍ଭୀର କାନ୍ଦଣା କାନ୍ଦେ ଏବଂ ନିର୍ବାଚନ ସରିଗଲେ ସେମାନେ ଏହାକୁ ଭୁଲିଯାଆନ୍ତି । ଭାରତୀୟ ସଂସଦ ମାଧ୍ୟମରେ କେନ୍ଦ୍ର ତାଲିକାର ଏଣ୍ଟ୍ରି-୭୮ ଅଧୀନରେ ଥିବା କ୍ଷମତାକୁ ବ୍ୟବହାର କରି ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାକୁ କିଏ ଅଟକାଉଛି ବିଜେପି କେନ୍ଦ୍ରରେ କ୍ଷମତାରେ ଥିବା ନିଜ ଦଳର ସରକାରଙ୍କୁ ସେ ସଂକ୍ରାନ୍ତରେ ପଚାରିବା ଉଚିତ୍‍ ।
ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ବିଜେପି କାହିଁକି ବିଭ୍ରାନ୍ତିକର ଏବଂ ମିଛ ପ୍ରଚାର କରୁଛି ବୋଲି ଡକ୍ଟର ପାତ୍ର ପ୍ରଶ୍ନ କରିଛନ୍ତି ।

Leave A Reply

Your email address will not be published.