ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 2

 ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣ 

ସୁବର୍ଣ୍ଣପୁର ( ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି, ସାମୁହିକ ଦରଖାସ୍ତ 0୫ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ଗ୍ରହଣ କରାଯାଇଥିବା ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ଏବିଡ଼ିଓ ), ବିନିକା ପ୍ରଜ୍ଞା ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପି. କୁଜୁର ,ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ତହସିଲଦାର ବିନିକା, ମୁକ୍ତେଶ୍ଵର ପାଣିଗ୍ରାହୀ,ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ l

Leave A Reply

Your email address will not be published.