ବେଦବ୍ୟାସ ପୀଠରେ ପାଣ୍ଡିଆନ

0

ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ ଯୋଜନାପନ୍ଦର ଦିନ ମଧ୍ୟରେ ପ୍ରସ୍ତୁତ କରିବେ ଜିଲ୍ଲାପାଳ.

ଭୁବନେଶ୍ୱର /ରାଉରକେଲା(ବସନ୍ତ ଜେନା) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ. ୫ଟି ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ ସେବାୟତ,ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରିଥିଲେ | ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ |
ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ, ନଦୀ ସମୁଖ ଭାଗର ଉନ୍ନତିକରଣ, ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧା ର ବିକାଶ ,ଯାତ୍ରୀ ନିବାସ ନିର୍ମାଣ ଏବଂ ଲାଇଟ ସାଉଣ୍ଡ ସୋ ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା .
ବେଦବ୍ୟାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ | ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠ କୁ ଆସିଥାନ୍ତି |.ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ | .ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ | ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀ ପରାଗ ଗଭାଲି ରାଉରକେଲା ମୁନିସିପାଲ କମିଶନର ଶ୍ରୀ ଶୁଭଙ୍କର ମହାପାତ୍ର ପ୍ରମୂଖ ଉପସ୍ଥିତ ଥିଲେ |

Leave A Reply

Your email address will not be published.