ବଡମ୍ବା ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର: ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି | ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି |
ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି | ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି |

Leave A Reply

Your email address will not be published.