ଗଜପତି ପ୍ରେସ-କ୍ଳବ୍ ଉଦଘାଟିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ପରିସରରେ ଆଜି ଜିଲ୍ଲାସ୍ତରୀୟ ସାମ୍ବାଦିକ ମାନଙ୍କ “ଗଜପତି ପ୍ରେସ-କ୍ଳବ୍” ଉଦଘାଟିତ ହୋଇଯାଇଛି।
ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରିବନ୍ କାଟି “ଗଜପତି ପ୍ରେସ କ୍ଳବ୍” କୋଠାର ଶୁଭ ଉଦଘାଟନ କରିଥିଲେ।
ପରେ ଆୟୋଜିତ ଉଦଘାଟନୀ ସଭାରେ ବରିଷ୍ଠ ସାମ୍ବାଦିକ ଶ୍ରୀ ଗରୁଡ଼ ଧ୍ଵଜ ଚୌଧୁରୀଙ୍କ ସଭାପତିତ୍ବରେ ଉଦଘାଟକ ତଥା ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଯୋଗଦେଇ ସାମ୍ବାଦିକଙ୍କ ସରକାର , ପ୍ରଶାସନିକ ଓ ସମାଜରେ ଏକ ସ୍ବତନ୍ତ୍ର ସମ୍ମାନ ଓ ମର୍ଯ୍ୟାଦା ରହିଛି । ସାମ୍ବାଦିକ ମାନେ ସମାଜର ଏକ ଜାଗ୍ରତ ପ୍ରହରୀ ଭାବେ କାର୍ଯ୍ୟ କରିବା ସହ ପ୍ରଶାସନକୁ ମଧ୍ୟ ବିଭିନ୍ନ କ୍ଷେତ୍ରରେ ସୁରାକ ଯୋଗାଇବାରେ ସହଯୋଗ କରିଥାନ୍ତି। ତେଣୁ ସେହି ସବୁ ସମ୍ମାନ ଓ ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ସାମ୍ବାଦିକ ମାନେ ସବୁବେଳେ ନିରପେକ୍ଷ ଓ ସତ୍ୟ ସମ୍ବାଦ ପରିବେଷଣ ଉପରେ ଗୁରୁତ୍ୱାରୋପ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଭାରାପ୍ରାପ୍ର ପୌର ନିର୍ବାହୀ ଅଧିକାରୀ ଶ୍ରୀ ନଟବର ଗରଡ଼ା ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀ ଦ୍ୱିଜେନ୍ଦ୍ର ନାଥ ପାଢ଼ୀ ପ୍ରମୁଖ ମଞ୍ଚାସୀନ ରହି ସାମ୍ବାଦିକ ମାନଙ୍କ କର୍ତ୍ତବ୍ୟ ଓ ସମାଜ ପାଇଁ ସେମାନଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ।
ଶେଷରେ ବରିଷ୍ଠ ସାମ୍ବାଦିକ ଶ୍ରୀ ତାରିଣୀ ପ୍ରସାଦ ପଣ୍ଡା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।
ବହୁ ପ୍ରତିକ୍ଷିତ ଦୀର୍ଘ ଦିନର ଅଭିଳାଷ ଆଜି ଜିଲ୍ଲା ପ୍ରଶାସନ ସହଯୋଗ କ୍ରମେ ପାରଳା ପୌର-ପରିଷଦର ସହଯୋଗ ଫଳରେ ଗଜପତି ପ୍ରେସ୍ କ୍ଳବ୍ ହେବା ସମ୍ଭବ ହୋଇଥିବା ଯୋଗୁଁ ଏଥିପାଇଁ ଗଜପତି ଜିଲ୍ଲାସ୍ତରୀୟ ସାମ୍ବାଦିକ ମାନଙ୍କ ପକ୍ଷରୁ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଏବଂ ଭାରାପ୍ରାପ୍ତ ପୌର ନିର୍ବାହୀ ଅଧିକାରୀ ଶ୍ରୀ ନଟବର ଗରଡ଼ାଙ୍କୁ ଭୂୟସୀ ପ୍ରଶଂସା କରାଯିବା ସହ ସାଧୁବାଦ୍ ଜ୍ଞାପନ କରାଯାଇଛି।

Leave A Reply

Your email address will not be published.