ନବକୃଷ୍ଣ ଚୌଧୁରି ଷ୍ଟାଡିୟମ ପରିସରରେ ଜିଲ୍ଲାସ୍ଥରୀୟ ୭୪ତମ ସାଧାରଣତନ୍ତ୍ର ଦିବସ

0 2

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଜଗତସିଂହପୁର ସହରସ୍ଥିତ ନବକୃଷ୍ଣ ଚୌଧୁରି ଷ୍ଟାଡିୟମ ପରିସରରେ ଜିଲ୍ଲାସ୍ଥରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜଗତସିଂହପୁର ଜିଲ୍ଲାର ଦଳୀୟ ପର୍ଯ୍ୟବେକ୍ଷକ ତଥା ଓଡିଶା ସରକାରଙ୍କ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନ୍ୟତମ ସମ୍ନାନିତ ଅତିଥିଭାବେ ଜଗତସିଂହପୁର ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଡୁଲି ,ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରୀ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆର ପ୍ରମୁଖ ଏହି ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଉପସ୍ଥିତ ଥିଲେ ।
ଏହାସହ ମନ୍ତ୍ରୀ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପ୍ରଥମେ ଜିଲ୍ଲା ସଦର ମହକୁମାରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ବିଭିନ୍ନ କ୍ଷେତ୍ରରେ ସାଫଲ୍ୟ ଅର୍ଜନ ଜିଲ୍ଲାର ବିଭିନ୍ନ କଲେଜ ,ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l

Leave A Reply

Your email address will not be published.