ଭୁବନେଶ୍ୱର : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁଙ୍କର ଫେବୃୟାରୀ ୧୦ ଓ ୧୧ ତାରିଖରେ ଯଥାକ୍ରମେ ଭୁବନେଶ୍ୱର ଓ କଟକ ଗସ୍ତକୁ ଦୃଷ୍ଟିରେ ରହି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିସ୍ତୃତ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ।
ମାନ୍ୟବର ରାଷ୍ଟ୍ରପତି ୧୦ ତାରିଖ ସକାଳେ ଭୁବନେଶ୍ୱର ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଁଚିବା ପରେ ପୂର୍ବାହ୍ନରେ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦାନ କରିବେ । ଅପରାହ୍ଣରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ୨ୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ୧୧ ତାରିଖ ସକାଳେ ରାଷ୍ଟ୍ରପତି ଶ୍ରୀ ଶ୍ରୀ ଲିଙ୍ଗରାଜମହାପ୍ରଭୁଙ୍କୁ ଦର୍ଶନ ସାରି ପୂର୍ବାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧିନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ୨ୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦଘାଟନ କରିବେ ।
ଏହି ପରିପ୍ରେକ୍ଷୀରେ ମାନ୍ୟବର ରାଷ୍ଟ୍ରପତି ଯୋଗଦେବାକୁ ଥିବା ଉତ୍କଳମଣ୍ଡପ,ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମଗୁଡିକର ସିଧା ପ୍ରସାରଣ ନିମନ୍ତେ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମକୁ କମନ ଫିଡ୍ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କର ଶ୍ରୀ ଲିଙ୍ଗରାଜ ମନ୍ଦିର ଦର୍ଶନର ଫଟୋ ଓ ଭିଡିଓ କଭରେଜ୍ ସମେତ ଅନ୍ୟ କାର୍ଯ୍ୟକ୍ରମଗୁଡିକର ସ୍ଥିର ଚିତ୍ର ଓ ଭିଡିଓ ଉତ୍ତୋଳନର ମଧ୍ୟ ବ୍ୟବସ୍ଥା କରାଯାଇଛି ଏବଂ ଏସବୁ ଗଣମାଧ୍ୟମକୁ ଯୋଗାଇ ଦିଆଯିବାର ବ୍ୟବସ୍ଥା ଗ୍ରହଣ କରାଯାଉଛି ।ଏହି ପରିପ୍ରେକ୍ଷୀରେ ଗତ ୬ ତାରିଖରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ ବେୈଠକରେ ଗୃହିତ ନିଷ୍ପତ୍ତି ଆଧାରରେ ବିଭାଗ ପକ୍ଷରୁ ଉପରୋକ୍ତ ମର୍ମରେ ପଦକ୍ଷେପ ଗ୍ରହଣ କରାଯାଇଛି ।
ବିଭାଗ ତରଫରୁ ଏହି ବ୍ୟବସ୍ଥାକୁ ସଠିକ୍ ଭାବେ କାର୍ଯ୍ୟକାରୀ କରିବା ପାଇଁ ସୂଚନା ଓ ଲୋକ ସଂପର୍କ ବିଭାଗ ନିଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକ ସଂପର୍କ ଭବନ ସମ୍ମିଳନୀ କକ୍ଷରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଫଟୋ, ଟିଭି ଓ ଲାଇଭ କମନ ଫିଡ୍ ନିମନ୍ତେ ବିଭାଗର ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ଏ ସଂପର୍କରେପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିବା ସହ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବିଭିନ୍ନ ସ୍ଥାନରେ ଦାୟିତ୍ୱନ୍ୟସ୍ଥ ବିଭାଗୀୟ ଅଧିକାରୀମାନେ ପରିଚୟ ପତ୍ର ସହିତ ଉପସ୍ଥିତ ରହିକାର୍ଯ୍ୟକ୍ରମଗୁଡିକରବିବରଣୀଓ ସୂଚନା ପ୍ରଦାନକରିବେ ।ଅନୁଷ୍ଠିତ ବୈଠକରେ ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂ, ଉପ ନିର୍ଦ୍ଦେଶକ(କେନ୍ଦ୍ରାଂଚଳ,କଟକ) ଶ୍ରୀ ହେମନ୍ତ କୁମାର ନାୟକଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀ, କଟକ ଓ ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.