ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା 

ଭୁବନେଶ୍ବର : ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନିବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି | ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି |
ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି.

Leave A Reply

Your email address will not be published.