ନୟାଗଡ଼,୩/୩: ନୟାଗଡ଼ ଜିଲ୍ଲା ଯୋଜନା କମିଟି ବୈଠକ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ଯ ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଉମାକାନ୍ତ ମଲ୍ଲିକ ପ୍ରମୂଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
୨୦୨୧-୨୨ ମସିହାରେ ଅନୁମୋଦନ ହୋଇଥିବା ଅନେକ ଅର୍ଥ ଖର୍ଚ୍ଚ ହୋଇପାରିନଥିବା ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ ୨୦୨୨-୨୩ ମସିହା ପାଇଁ କାର୍ଯ୍ୟ ଖସଡ଼ାକୁ ଅନୁମୋଦନ କରାଯାଇଥିଲା । ବିଭିନ୍ନ ବିଭାଗ ଦ୍ବାରା କରାଯାଇଥିବା ଯୋଜନା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲା ପାନିଂ କମିଟି ପାଇଁ ସ୍ବତନ୍ତ୍ର କାର୍ଯ୍ୟାଳୟ ନିର୍ମାଣ ଉପରେ ଅଧ୍ୟକ୍ଷ ଗୁରୁତ୍ବ ଦେବା ସହ ଏହା ଉପରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଜିଲ୍ଲା ପରିଷଦ ସଦସ୍ୟ ଏବଂ ବିଭିନ୍ନ ବିଭାଗ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
Sign in
Sign in
Recover your password.
A password will be e-mailed to you.