ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହଇଯାଇଛି ।
ଚଳିତ ମାର୍ଚ୍ଚ , ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରଭାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲ୍ଲାର ବିଭିନ୍ନ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।
ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଗଜପତି ଜିଲ୍ଲାରେ ଆରମ୍ଭ ହୋଇଥିବାବେଳେ ଆଗକୁ ଏହା ଆହୁରି ତିବ୍ର ରୂପ ନେବାର ଆଶଙ୍କା ରହିଛି। ତେଣୁ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି , ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓ ଆର୍ ଏସ୍ ପେକେଟ ଓ ଔଷଧ ମଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାପାଇଁ କୁହାଯାଇଥିଲା।
ସେହିପରି ସମସ୍ତ ଗ୍ରାମାଞ୍ଚଳ , ପାରଳାଖେମୁଣ୍ଡି ପୌରପରିଷଦ , କାଶୀନଗର ଏନ୍ଏସି ସମସ୍ତ ବ୍ଲକ ପକ୍ଷରୁ ଜଳଛତ୍ର ମାନ ଖୋଲାଯିବାକୁ ମଧ୍ୟ ଆଲୋଚନା ହୋଇଛି। ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବାକୁ କୁହାଯାଇଛି। ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବାବେଳେ ପାଣି ବୋତଲ , ଛତା , ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁୁ ବ୍ୟାପକ ସଚେତନ କରାଇବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ପାଇଁ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।
ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ , ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ , ପଶୁ ପକ୍ଷୀ ମାନଙ୍କ ଯତ୍ନ ନେବା , ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା , ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା , ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା , ଜୀବ ଜନ୍ତୁଙ୍କ ସୁରକ୍ଷା , ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତି ଏସ୍ କୁମାର , ଅତିରକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖୋମାରି , ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପ୍ରଧାନ , ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ. ମୁବାରକ୍ ଓଲ୍ଲି , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାସ କୁମାର ବେହୁରା ସମେତ ଜିଲ୍ଲାର ସମସ୍ତ ତହସିଲଦାର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମେତ ସମସ୍ତ ଲାଇନ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତଥିଲେ।
Sign in
Sign in
Recover your password.
A password will be e-mailed to you.