“ଦୋଳ ଉତ୍ସବ”ର ଚତୁର୍ଥ ଦିନର ମୁଖ୍ୟ ଆକର୍ଷଣ ଥିଲା “ମଘାପୋଡି”

3

https://youtu.be/lqjzYPA59LE 

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଦୋଳବନ୍ଧ ଓ ଦୋଳତ୍ସବ କମିଟିର ମିଳିତ ଆନୁକୁଲ୍ୟରେ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେ ଦୀର୍ଘ ୬ଦିନ ଧରି ଚାଲିଥିବା ଦୋଳତ୍ସବ ଚତୁର୍ଥ ଦିନରେ
ରାମ ସ୍ୱାମୀ ମନ୍ଦିରରୁ ପ୍ରଭୁ ଦୋଳଗୋବିନ୍ଦ ସୁସଜ୍ଜିତ ବିମାନରେ ବସି ନଗର ପରିକ୍ରମା କରି ଦୋଳବନ୍ଧ ନିକଟ ଦୋଳମଣ୍ଡପକୁ ବିଜେ କରିଥିଲେ।
ଚତୁର୍ଥ ସଂଧ୍ୟାର ମୁଖ୍ୟ ଆକର୍ଷଣ ଥିଲା ରାତ୍ରିରେ ମାଁ ମାଣିକେଶ୍ୱରୀ ଓ ରାମଲିଙ୍ଗେଶ୍ୱର ମନ୍ଦିରରୁ ମହାଦେବଙ୍କୁ ବିରାଟ ପଟୁଆରରେ , ଘଣ୍ଟ , ତାଳ ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀ , ବାଜା ବଜାଇ ମେଲଣ ପଡିଆ ନିକଟକୁ ଅଣାଯାଇ ହରିହର ଭେଟ କରାଯାଇଥିଲା। ପରେ ମଘାପୋଡି (କାମଦହନ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହା ଦେଖିବାକୁ ଆଖପାଖ ଅଞ୍ଚଳରୁ ବହୁ ଶ୍ରଦ୍ଧାଳୁଙ୍କ ଭିଜ ଜମିଥିଲା। ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ପାଇଁ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଦୋଳ ଉତ୍ସବର ଚତୁର୍ଥ ସଂଧ୍ୟାରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମୁଖ୍ୟବକ୍ତା ଭାବେ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଅଜୟ କୁମାର ତ୍ରିପାଠୀ , ସ୍ବତନ୍ତ୍ର ଅତିଥି ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଦେବେନ୍ଦ୍ର ମିଶ୍ର , ଭାଗବତ ପାଢ଼ୀ , ସମ୍ପାଦନା ବିନୋଦ ଚନ୍ଦ୍ର ଜେନା , ପରିଚାଳନା ଦୋଳ ଉତ୍ସବ କମିଟି ଶ୍ରୀ ବିଚିତ୍ରାନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ।
ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ପାଇଁ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଚତୁର୍ଥ ସନ୍ଧ୍ୟାରେ ସ୍ଥାନୀୟ ଭକ୍ତି ପୁଷ୍ପାଞ୍ଜଳୀ ଭଜନ ସଂଧ୍ୟାର କଣ୍ଠଶିଳ୍ପୀ ମାନେ ଭଜନ ପରିବେଷଣ କରିଥିଲେ।

Leave A Reply

Your email address will not be published.