ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ

0 2

ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଓଡ଼ିଆ ଭାଷା ପ୍ରତିଷ୍ଠାନ , ଭୁବନେଶ୍ୱର , ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି।
ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ପ୍ରତିଷ୍ଠାନର କାର୍ଯ୍ୟକ୍ରମ ସଂଯୋଜକ ପ୍ରଫେସର ପ୍ରୋମାନନ୍ଦ ମହାପାତ୍ର , ଡ.ଫଣୀନ୍ଦ୍ର ଭୂଷଣ ନନ୍ଦ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ଯୋଗଦେଇ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ସମ୍ପର୍କରେ ଆଲୋକପାତ କରିଥିଲା ବେଳେ ସ୍ଥିତ ପ୍ରଜ୍ଞା ମହାବିଦ୍ୟାଳୟ , ଭୁବନେଶ୍ୱର ର ବରିଷ୍ଠ ଅଧ୍ୟାପକ ଡ଼.ବୈରାଗୀ ଚରଣ ପଟ୍ଟନାୟକ ଆଲୋଚକ ଭାବେ ଯୋଗଦେଇ ଓଡ଼ିଆ ଭାଷା ଓ ସାହିତ୍ୟକୁ ପାରଳାଖେମୁଣ୍ଡିର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।
ସେହିପରି ଅନ୍ୟ ତମ ଆଲୋଚକ ଭାବେ ଉପାନ୍ତ ପ୍ରହରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଶାସ୍ତ୍ରୀୟ ଭାଷା ଓ ଶାସ୍ତ୍ରୀୟ ଓଡ଼ିଆ ଭାଷା ସମ୍ପର୍କରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ଥାନୀୟ ଭକ୍ତି ସଙ୍ଗୀତ ସଂସଦ କଣ୍ଠଶିଳ୍ପୀ ମାନେ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ।
ଓଡ଼ିଆ ବିଭାଗର ମୁଖ୍ୟ ଡ଼. ଚନ୍ଦ୍ରଶେଖର ଦାସ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସଂସ୍କୃତ ବିଭାଗର ମୁଖ୍ୟ ପ୍ର. ବିଘ୍ନେଶ୍ବର ମିଶ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।
ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ , ଅଧ୍ୟାପିକା , ସମସ୍ତ କର୍ମଚାରୀ ସକ୍ରିୟ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।
କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଯଥା :- ପ୍ରବନ୍ଧ , ଶୁଦ୍ଧ ଲିଖନ , ବକ୍ତୃତା ଆଦିରେ କୃତି ପ୍ରତିଯୋଗୀ ମାନଙ୍କୁ ମଞ୍ଚାସୀନ ଅତିଥି ମାନେ ପ୍ରମାଣପତ୍ର ସହିତ ପୁରସ୍କାର ପ୍ରଦାନ କରିଥିଲେ।

Leave A Reply

Your email address will not be published.