ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜଜ୍ ଙ୍କ କୋର୍ଟ ଠାରେ ଶନିବାର ଦିନ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏହି ବର୍ଷର ପ୍ରଥମ ଜିଲ୍ଲାସ୍ତରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁଯାଇ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ତଥା ଦୌରା ଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ପରିଚାଳନା କରିଥିଲେ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା କିମ୍ବା ପ୍ରାକ ମକଦ୍ଦମା ମାମଲା ରେ ତ୍ଵରିତ ବିଚାର ପାଇଁ ପଦକ୍ଷେପ ସ୍ବରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରାଯାଇଥିଲା।
ଲୋକ ଅଦାଲତରେ ପରିବାର ଅଦାଲତ ଜଜ୍ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ଶ୍ରୀ ପ୍ରଦୀପ କୁମାର ସାମଲ , ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା , ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରଣା , ଉପ ଖଣ୍ଡିୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରି ଶ୍ରୀ ଶୁଭଜିତ ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ସେହିପରି ଭାବେ ରା: ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ଦେୱାନି ବିଚାରପତି ତଥା ସବ୍ ଜଜ୍ ଶ୍ରୀ ପୂଣ୍ୟଶୋଳ୍କ ରଥ ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ପାରସ ପାଢୀ , ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଧିକାରିଣୀ ଶ୍ରୀମତୀ ଅନନ୍ୟା ଦାସ ଓ କାଶିନଗର କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ସେହିପରି ବିଭିନ୍ନ ତହସିଲଦାର କୋର୍ଟ ମାନଙ୍କରେ ମଧ୍ୟ ଲୋକ ଅଦାଲତ ମାନ ଆୟୋଜିତ କରାଯାଇଥିଲା।
ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘର ସମସ୍ତ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମା ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ। ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ସମୁଦାୟ ୩୨୭୦ ଟି କେସର ତ୍ଵରିତ ବିଚାର କୁ ନିଆଯାଇ ମୋଟ ୩୧୩୫ ଟି କେସ ସମାଧାନ କରାଯାଇ ସର୍ବମୋଟ ଟ ୧୦୦୬୧୯୮ ଟଙ୍କା ଅଦାୟ କରାଯାଇଥିଲା। ଏହି ଲୋକ ଅଦାଲତକୁ ପ୍ରାଧିକରଣର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।
Sign in
Sign in
Recover your password.
A password will be e-mailed to you.