ଭୁବନେଶ୍ୱର , ୧୩/ ୦୩ : ଡାକ୍ତରୀ ଶିକ୍ଷା ପ୍ରଦାନ କରୁଥିବା ଅଧ୍ୟାପକ – ଅଧ୍ୟାପିକାମାନେ ଅଧିକ ଜ୍ଞାନ ଆହରଣ କରିବା ସହ କିପରି ସେମାନେ ଉତମ ଶିକ୍ଷକ ହୋଇପାରିବେ ସେ ଦିଗରେ ସେମାନଙ୍କୁ ପ୍ରଶିକ୍ଷିତ କରିବା ନେଇ ସୋମବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଏକ ୩ ଦିନିଆ କର୍ମଶାଳା ଆରମ୍ଭ ହୋଇଛି ।
ନ୍ୟାସ୍ନାଲ୍ ମେଡିକାଲ୍ କାଉନ୍ସିଲ୍ର ମାର୍ଗଦର୍ଶିକା ଅନୁଯାୟୀ ଏବଂ ଡାକ୍ତରୀ ଶିକ୍ଷା କ୍ଷେତ୍ରକୁ ନେଇ ଆୟୋଜିତ ଏହି କର୍ମଶାଳାକୁ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଉଦ୍ଘାଟନ କରିଥିଲେ ।
ଡାକ୍ତରୀ ଶିକ୍ଷା ପ୍ରଦାନ କରୁଥିବା ଫ୍ୟାକଲ୍ଟିମାନେ ଅଧିକ ପ୍ରଶିକ୍ଷିତ ହେଲେ ସେମାନେ କିଭଳି ଡାକ୍ତରୀ ଛାତ୍ରଛାତ୍ରୀମାନଙ୍କୁ ଅଧିକ ଦକ୍ଷ ଓ ଗୁଣବତା ଭିତିକ ଡାକ୍ତର ହେବାରେ ସହାୟକ ହୋଇପାରିବେ ଏବଂ ସମାଜର ଆବଶ୍ୟକତା ଅନୁଯାୟୀ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବେ ତାହା ହିଁ ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ରହିଛି ।
ଆୟୋଜିତ ଏହି କର୍ମଶାଳାରେ ନ୍ୟାସ୍ନାଲ୍ ମେଡିକାଲ୍ କାଉନ୍ସିଲ୍ର ଅବ୍ଜରଭର୍ ପ୍ରଫେସର (ଡାକ୍ତର) ଶ୍ରୀକାନ୍ତ ପଣ୍ଡା, ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ମେଡିକାଲ୍ ଏଜୁକେସନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ପ୍ରକାଶ କୁମାର ସାହୁ, ଆଡିସ୍ନାଲ୍ ଡିନ୍ ପ୍ରଫେସର (ଡାକ୍ତର) ଅଜୟ ଜେନା, ଡେପୁଟି ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ ଲେଙ୍କା, ପ୍ରଫେସର (ଡାକ୍ତର) ରଚିତା ଷଢ଼ଙ୍ଗୀ ଏବଂ ପ୍ରଫେସର (ଡାକ୍ତର) ଦେବାହୁତି ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ବିଭିନ୍ନ ବିଭାଗର ପ୍ରାୟ ୩୦ ଜଣ ଫ୍ୟାକଲ୍ଟି ଏହି କର୍ମଶାଳାରେ ଯୋଗ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post