ଜିଲ୍ଲା ସ୍ତରୀୟ ଉତ୍କଳ ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ପ୍ରସ୍ତୁତି ବୈଠକ

0

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଜିଲ୍ଲାପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତିବୈଠକ ଅନୁଷ୍ଠିତ ହୋଇଯାଇଅଛି l ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟାୱାରୀ କହିଲେ ଆସନ୍ତା ଏପ୍ରିଲ ୧ ତାରିଖରେ ଜିଲ୍ଲାସ୍ତରୀୟ ଉତ୍କଳ ଦିବସ ଏବଂ ୩ ତାରିଖରେ ଜିଲ୍ଲାର ପ୍ରତିଷ୍ଠା ଦିବସ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭଵନ ପରିସରରେ ପାଳନ କରାଯିବ l ଉତ୍କଳ ଦିବସ ପ୍ରାତଃ ୪ ଘଣ୍ଟାରେ ଜଗତସିଂହପୁର ସହରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଉତ୍କଳ ବନ୍ଦନା ପରିସରଣ କରାଯିବ l ୭ ଘଣ୍ଟିକା ସମୟରେ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପ୍ରତିମୂର୍ତ୍ତିମାନଙ୍କରେ ମାଲ୍ୟାର୍ପଣ କରାଯିବ l ଏପ୍ରିଲ ୩ ତାରିଖ ଜିଲ୍ଲା ପ୍ରତିଷ୍ଠା ଦିବସ ଅବସରରେ ସନ୍ଧ୍ୟାରେ ସାଧାରଣ ସଭା ଓ ସାଂସ୍କୃତିକ ଦଳମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏହି ପ୍ରସୂତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ, ଚିନ୍ମୟୀ ବିଶ୍ୱାଳ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଶ୍ରୀ ଉମେଶ ପଣ୍ଡା, ଜିଲ୍ଲା ପରିଷଦ ଶ୍ରୀ ରୁଦ୍ରନାରାୟଣ ଦାଶ, ଉପଜିଲ୍ଲାପାଳ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଉକ୍ତ ବୈଠକରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଂଜନ ପଟ୍ଟନାୟକ କାର୍ଯ୍ୟସୂଚୀ ଅନୁଯାୟୀ ବିବରଣୀ ପ୍ରଦାନ କରିଥିବାବେଳେ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l

Leave A Reply

Your email address will not be published.