ନୟାଗଡ଼(ବିଶ୍ୱଜିତ ନାୟକ) – ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ସଭାଗୃହରେ ଜିଲ୍ଲାପାଳ ରବୀନ୍ଦ୍ର୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୮୬ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୭୪ ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୩ଟିର ଶୁଣାଣି କରାଯାଇ ସମୁଦାୟ ୨୬ଟି ମାମଲାର ତତ୍କାଳ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୯ ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା । ଅବଶିଷ୍ଟ ମାମଲା ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ନୂଆଗାଁ ବ୍ଲକ ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଶ୍ରୀ ସାହୁଙ୍କୁ ସହଯୋଗ କରିଥିଲେ ।
Sign in
Sign in
Recover your password.
A password will be e-mailed to you.