ପାଣ୍ଡିଆନଙ୍କ ପୁରୀ ଓ କଟକ ଗସ୍ତ: ବିଭିନ୍ନ ପ୍ରକଳ୍ପର ସମୀକ୍ଷା

0
  • ମହାପ୍ରଭୁଙ୍କ ହେରିଟେଜ କରିଡର କାମ ଅଗ୍ରଗତି ସମୀକ୍ଷା

  • ଜୁନ ୧୫ ସୁଦ୍ଧା ସଂପୂର୍ଣ୍ଣ ହେବ ନେତାଜୀ ବସ ଟର୍ମିନାଲ ନିର୍ମାଣ

  • ବର୍ଷ ଶେଷ ସୁଦ୍ଧା କଟକ ମା ଚଣ୍ଡୀ ମନ୍ଦିର, ନୂଆ ବର୍ଷରେ ରୂପାନ୍ତରିତ ମନ୍ଦିରର ଲୋକାର୍ପଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି।

ଶ୍ରୀ ପାଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ heritage corridor ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମରେ ଏହା ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ଆନ୍ତର୍ଜାତିକ ସ୍ତରରେ ଏକ ଗୃରୁତ୍ଵପୂର୍ଣ୍ଣ ଐତିହ୍ୟ ସ୍ଥଳ ଭାବରେ ଏହା ପୁରୀର ଗୁରୁତ୍ଵ ବୃଦ୍ଧି କରିବ। ପ୍ରତି ସପ୍ତାହରେ ପୁରୀ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ |
ଅପରାହ୍ନରେ ଶ୍ରୀ ପାଣ୍ଡିଆନ କଟକ ଯାଇ ପ୍ରଥମେ ଖାନ୍ ନଗର ଠାରେ ନିର୍ମାଣାଧୀନ ନେତାଜୀ ବସ ଟର୍ମିନାଲ ର ନିର୍ମାଣ କାର୍ଯ୍ୟ ବୁଲି ଦେଖି ଥିଲେ ଏବଂ ଅଧିକାରୀ ମାନଙ୍କ ସହିତ କାର୍ଯ୍ୟର ସମୀକ୍ଷା କରି ଥିଲେ। ଆସନ୍ତା ଜୁନ୍ ୧୫ ତାରିଖ ସୁଦ୍ଧା ବସ ଟର୍ମିନାଲ ନିର୍ମାଣ ଶେଷ ହେବ ବୋଲି ସମୀକ୍ଷାରୁ ଜଣା ଯାଇଛି। ସୂଚନା ଯୋଗ୍ୟ ଯେ ୧୫ ଏକର ପରିମିତ ଅଂଚଳରେ ନିର୍ମାଣାଧୀନ ଏହି ଟର୍ମିନାଲ ପାଇଁ ମୁଖ୍ୟମନ୍ତ୍ରୀ ୨୦୨୧ ଜାନୁଆରୀ ୨୩ ରେ ଶୁଭ ଦେଇଥିଲେ। ଏଥିପାଇଁ ସତୁରୀ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି |
ଏଥିରେ ୧୮୦ ଟି ବସ ରହିବା ପାଇଁ ତିନି ମହଲା ବିଲ୍ଡିଂ ସହିତ ଆହୁରି ଅନେକ ସୁବିଧାର ନିର୍ମାଣ କରା ଯାଉଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବା ସହିତ ଆନ୍ତ ରାଜ୍ୟ ବସ ଚଳରେ ସୁବିଧା ଆସିବ।
ଏହା ପରେ ଶ୍ରୀ ପାଣ୍ଡିଆନ ମା କଟକ ଚଣ୍ଡୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମନ୍ଦିରର ସୌନ୍ଦର୍ଯ୍ୟକରଣ, ରାସ୍ତା ନିର୍ମାଣ ଆଦି କାମ ବୁଲି ଦେଖିଥିଲେ।
ସମୀକ୍ଷାରୁ ଜଣା ଯାଇଛି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମନ୍ଦିରର ରୂପାନ୍ତର କାର୍ଯ୍ୟ ଶେଷ ହେବ। ଚଣ୍ଡି ମନ୍ଦିର ରୂପାନ୍ତର ପାଇଁ ଚାଳିଶ କୋଟି ଟଙ୍କା ଖର୍ଚ କରାଯାଉଛି | ନୂଆ ବର୍ଷ ରେ ଚଣ୍ଡି ମନ୍ଦିର ର ରୂପାନ୍ତର କାମ ଭକ୍ତଙ୍କ ସେବାରେ ଲୋକାର୍ପିତ ହେବ |
ଶ୍ରୀ ପାଣ୍ଡିଆନ ଏହାପରେ ରାଣୀ ହାଟ କ୍ଲକ୍ ଟାୱାର, ତାଳଦଣ୍ଡା କେନାଲ, ଛତରା ବଜାର ଭେଣ୍ଡିଂ ଜୋନ୍ ଆଦି ବୁଲି ଏସବୁ ସ୍ଥାନରେ ଉନ୍ନତି କରଣ କାର୍ଯ୍ୟ ବୁଲି ଦେଖିବା ସହିତ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇଥିଲେ।
ଶ୍ରୀ ପାଣ୍ଡିଆନ ଙ୍କ ଏହି ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ଭବାନୀ ଶଙ୍କର ଚଇନି, cmc କମିଶନର ଶ୍ରୀ ନିଖିଲ ପବନ କଲ୍ୟାଣ କଟକ ଡିସିପି ଶ୍ରୀ ପିନାକ ମିଶ୍ର ଓ, ସିଡିଏ ଅଧ୍ୟକ୍ଷ ଶ୍ରୀ ଅନିଲ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.