ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି.ତିରୁପତି ରାଓ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିଡିଗାଁ , ଗୋରିବନ୍ଧ , ବୁଦୁରା ଓ ହାଡ଼ଭଙ୍ଗି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୪୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୨୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ସାତ ଜଣ ହିତଧିକାରୀଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା।
ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ କାଶୀନଗର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା , ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କପିଳେଶ୍ୱର ତାଣ୍ଡି , ତହସିଲଦାର ଶ୍ରୀ ଆଶିଷ ପ୍ରଧାନ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.