ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତିା ଏହି କ୍ରମରେ ଭୁବନେଶ୍ୱରର ଉତ୍କଳମଣ୍ଡପଠାରେ ଅପ୍ରେଲ ଏକ ତାରିଖ ସନ୍ଧ୍ୟାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଉଥିବାବେଳେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବୋ ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛିା
ସେହିପରି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଦିବସ ସମାରୋହରେ ପ୍ରମୁଖ ଆବାସିକ ଆୟୁକ୍ତ, ନୂଆଦିଲ୍ଲୀ ମୁଖ୍ୟ ଅତିଥି ଭାବେ ଯୋଗଦେବୋ ଜିଲ୍ଲାସ୍ତରୀୟ ଉତ୍ସବମାନଙ୍କରେ ସଂପୃକ୍ତ ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷମାନେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛିା
Sign in
Sign in
Recover your password.
A password will be e-mailed to you.