ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଚଳିତ ମାସ ୩୧ତାରିଖରୁ ନୟାଗଡ଼ ଟାଉନ ଏବଂ ଭଦ୍ରକ ମଧ୍ୟରେ ଏକ ନୂଆ ପାସେଞ୍ଜର ମେମୁ ଟ୍ରେନ ନିୟମିତ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଚଳିତ ମାସ ୩୦ ତାରିଖ ଅପରାହ୍ନରେ କେନ୍ଦ୍ର ରେଳମନ୍ତ୍ରୀ ଡ଼ ଅଶ୍ୱିନୀ ବୈଷ୍ଣବ ପତାକା ଦେଖାଇ ଏହାର ଶୁଭ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ପାସେଞ୍ଜର ମେମୁ ଟ୍ରେନ ନଂ-୦୮୫୫୫ ଭଦ୍ରକରୁ ସକାଳ ୫ଟା ୪୫ରେ ବାହାରି କଟକରେ ୮ଟା ୪୨ରେ ପହଞ୍ଚିବ। ସେଠାରୁ ୮ଟା ୪୫ରେ ଛାଡି ଭୁବନେଶ୍ୱରରେ ସକାଳ ୯ ଟା ୩୨ରେ ପହଞ୍ଚି ୯ଟା ୩୭ରେ ନୟାଗଡ଼ ଟାଉନ ଅଭିମୁଖେ ଯାତ୍ରା କରିବ । ନୟାଗଡ଼ ଟାଉନରେ ଏହି ସ୍ୱତନ୍ତ୍ର ଟ୍ରେନ ୧୧ଟା ୫୫ରେ ପହଞ୍ଚିବ ବୋଲି ଜଣା ପଡିଛି। ସେହିପରି ନୟାଗଡ଼ ଟାଉନରୁ ଏହି ସ୍ୱତନ୍ତ୍ର ପାସେଞ୍ଜର ମେମୁ ଟ୍ରେନ ନଂ-୦୮୫୫୬ ଅପରାହ୍ନ ୫ଟା ୦୫ରେ ଛାଡି ଭୁବନେଶ୍ୱରରେ ସନ୍ଧ୍ୟା ୬ଟା ୪୦ରେ ପହଞ୍ଚିବ। ସେଠାରୁ ୬ଟା ୪୫ରେ ଭଦ୍ରକ ଅଭିମୁଖେ ବାହାରି କଟକରେ ୭ଟା ୨୯ରେ ପହଞ୍ଚି ଭଦ୍ରକରେ ରାତ୍ରି ୧୦ଟା ୪୫ରେ ପହଞ୍ଚିବ। ତେବେ ଏହି ପାସେଞ୍ଜର ମେମୁ ଟ୍ରେନ ନୂଆଗାଁ ମହିପୁର ଯିବା ପାଇଁ କୌଣସି ସୂଚନା ଦିଆଯାଇନାହିଁ। ସୂଚନାଯୋଗ୍ୟ ଯେ କିଛି ଦିନ ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ନୟାଗଡ଼ ଭଦ୍ରକ ମଧ୍ୟରେ ପାସେଞ୍ଜର ଟ୍ରେନ ଚଳାଚଳ ପାଇଁ ପୂର୍ବତଟ ରେଳ ବିଭାଗକୁ ସ୍ୱତନ୍ତ୍ର ଭାବେ ଚିଠି ଲେଖି ଦାବି ଜଣାଇଥିଲେ।
Sign in
Sign in
Recover your password.
A password will be e-mailed to you.