ନୟାଗଡ଼,୧/୪: ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୮୮ତମ ଉତ୍କଳ ଦିବସ ମହା ସମାରୋହରେ ସ୍ଥାନୀୟ ଖେଳ ପଡ଼ିଆରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ,ମୁଖ୍ୟବକ୍ତା ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ବେହେରା,ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ସାହୁ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ ପ୍ରମୁଖ ଯୋଗଦାନ କରିଥିଲେ। ଜିଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ପୌରହିତ୍ୟି ରେ ଆୟୋଜିତ ଏହି ସଭାକୁ ନୟାଗଡ଼ ବ୍ଲକ ଅଧିକାରୀ ପଦ୍ମଚରଣ ସାହୁ ସଂଯୋଜନା କରିଥିଲେ। ସଭା ପ୍ରାରମ୍ଭରେ ଅତିଥିଭାବେ ମହାପୁରୁଷ ମାନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଖଣ୍ଡପଡା ତହସିଲଦାର ସୁଶ୍ରୀ ଲିପ୍ସା ରାୟ ଓଡିଶୀ ନୃତ୍ୟ ପରିବେଷଣ କରିଥିବା ବେଳେ ନୟାଗଡ଼ ବନ୍ଦନା, ସ୍ୱଚ୍ଛ ନୟାଗଡ଼ ଆଦି ସଙ୍ଗୀତ ନୃତ୍ୟ ସ୍ଥାନୀୟ କଳାକାର ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post