ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍.ଆନନ୍ଦ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜିଲ୍ଲା ସଦର ମହକୁମା ସମେତ ପାରଳାଖେମୁଣ୍ଡି ପୌରପରିଷଦ , ରାଣୀପେଣ୍ଠ , ପାଟିକୋଟା ଓ କେରାଣ୍ଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ – ୧୪୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୨୩ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା – ୧୭ , ୬୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ତିନି ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୭୦୦୦/- ଟଙ୍କା ପ୍ରଦାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ବ୍ୟାଙ୍କ ଲୋନ୍ , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ , ଡେପୁଟି କଲେକ୍ଟର ଶ୍ରୀ ନଟବର ଗରଡ଼ା , ତହସିଲଦାର ଶ୍ରୀ ନାରାୟଣ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post