ପ୍ରଥମ ଶ୍ରେଣୀରେ ନାମ ଲେଖା ବୟସ : ସ୍ପଷ୍ଟ କଲେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ

0

ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ଜିଲ୍ଲା ଓ ବ୍ଲକ୍ ସ୍ତରରେ ତଥା ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଗହଣରେ ଦ୍ୱନ୍ଦ ଉପୁଜିଥିଲାା ଯାହା ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକମାନଙ୍କୁ ଏକ ଦ୍ୱନ୍ଦାତ୍ମକ ସ୍ଥିତି ସୃଷ୍ଟି କରିଥିଲାା ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍ପଷ୍ଟ ପତ୍ର ଜାରି କରିଛନ୍ତିା
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ଅଧିସୂଚନା କ୍ରମାଙ୍କ ୬୫୫୪ ତା. ୦୪/୦୪/୨୦୨୨ରିଖରେ ସ୍ପଷ୍ଟ ଭାବେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ବୟସ ସୀମା ୩୧ ମାର୍ଚ୍ଚ ସୁଦ୍ଧା ପାଞ୍ଚରୁ ସାତ ବର୍ଷ ବୟସ ଧାର୍ଯ୍ୟ କରାଯାଇଛିା ତେବେ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ଏହି ବୟସସୀମା ସର୍ବାଧିକ ନଅ ବର୍ଷ ହୋଇପାରିବା ବର୍ତ୍ତମାନ ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ପତ୍ର କ୍ରମାଙ୍କ ୭୬୪୪ ତା. ୦୫/୦୪/୨୦୨୩ରିଖରେ ପୁନଃସ୍ପଷ୍ଟିକରଣ ଦିଆଯାଇଛିା
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଏହା ସମସ୍ତଙ୍କ ଅବଗତି ନିମନ୍ତେ ଜଣାଇ ଦିଆଯାଇଛିା

Leave A Reply

Your email address will not be published.