ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଙ୍ଗାବାଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପିଏ ଆଇଟିଡିଏ ଶ୍ରୀ ଫାଲଗୁନି ମାଝୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗଙ୍ଗାବାଡ଼ , କେରାଣ୍ଡି , କନେଇପୁର ଓ ଗାରାବନ୍ଧ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୬୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୮ ଗୋଟ ଓ ୮ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

Leave A Reply

Your email address will not be published.