୧୧ଟା ସୁଦ୍ଧା ସରିବ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠପଢା

0 2

ଅପ୍ରେଲ ୧୭ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀର ପାଠପଢ଼ା ହେବ ସକାଳ ୬.୩୦ରୁ ଦିନ ୧୧ଟା ପର୍ଯ୍ୟନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ, ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବା
ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ବିଦ୍ୟାଳୟମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ବିଦ୍ୟାଳୟଗୁଡ଼ିକର ଛୁଟି ଘୋଷଣା କରିପାରିବୋ ପୁନଶ୍ଚ, ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯନିବାନ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା

Leave A Reply

Your email address will not be published.