ୟାଙ୍କର ୪୦ କୁ ତାଙ୍କର ଚାଳିଶ

0 2

୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି

ପ୍ରମୁଖ ତାଲିକାରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ଓଡ଼ିଶା ପ୍ରଭାରୀ ସୁନୀଲ ବଂଶଲ, ଡି.ପୁରନ୍ଦେଶ୍ୱରୀ, କେନ୍ଦ୍ରମନ୍ତ୍ରୀ ବିଜୟ ପାଲସିଂ ତୋମାର

ଭୁବନେଶ୍ୱର; ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଥିବା ବେଳେ  ଅପରପକ୍ଷରେ ଦଳର ପ୍ରଚାର କାର୍ଯ୍ୟକୁ ଅଧିକ ଶାଣିତ କରିବା ପାଇଁ ଆଜି ବିଜେପି ତରଫରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ନାମ ତାଲିକା କେନ୍ଦ୍ର ପକ୍ଷରୁ ଘୋଷଣା କରାଯାଇଛି ।
ଏହି ତାଲିକାରେ ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ଓଡ଼ିଶା ପ୍ରଭାରୀ ସୁନୀଲ ବଂଶଲ, ଡି.ପୁରନ୍ଦେଶ୍ୱରୀ, କେନ୍ଦ୍ରମନ୍ତ୍ରୀ ବିଜୟ ପାଲସିଂ ତୋମାର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ରାଜ୍ୟ ସଭାପତି ତଥା ସାଂସଦ ସୁରେଶ ପୂଜାରୀ, ପୂର୍ବତନ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ପୂର୍ବତନ ସଭାପତି କେଭି ସିଂଦେଓ, ସାଂସଦ ସଙ୍ଗିତା ସିଂଦେଓ, ଅପରାଜିତା ଷଡଙ୍ଗୀ, ନୀତେଶ ଗଙ୍ଗଦେବ, ବିଧାୟକ ମୋହନ ଚରଣ ମାଝୀ, ନାଉରୀ ନାଏକ, ରାଷ୍ଟ୍ରିୟ ପ୍ରବକ୍ତା ସମ୍ବିତ ପାତ୍ର, ବରିଷ୍ଠନେତା ଖାରବେଳ ସ୍ୱାଇଁ, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ରାଜ୍ୟ ସାଧାରଣ ସଂପାଦକ ରବି ନାୟକ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାର, ବିଧାୟକ ସୁବାଷ ପାଣିଗ୍ରାହୀ, ଶଙ୍କର ଓରାମ, ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା, କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ବିଧାୟକ ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ମୁକେଶ ମହାଲିଙ୍ଗ, କୁସୁମ ଟେଟେ, ସୁରଜ ସୂର୍ଯ୍ୟବଂଶୀ ସ୍ଥିତପ୍ରଜ୍ଞ, ମଙ୍ଗଳ ସାହୁ, ଦିନେଶ ଜୈନ୍‌, ବରିଷ୍ଠ ନେତା ତ୍ରୀନାଥ ଗୁଆଳ ପ୍ରମୁଖ ସାମିଲ ଅଛନ୍ତି ।

Leave A Reply

Your email address will not be published.