ଭୁବନେଶ୍ୱର(ଶାସକ ପ୍ରଶାସକ) : ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀଙ୍କ କ୍ୟାପିଟାଲ ହସ୍ପିଟାଲ ଛକସ୍ଥିତ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିମାନେ ମାଲ୍ୟାର୍ପଣ ପୂର୍ବକ ଏହି ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।
ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ମୁନା ଖାଁ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ବିଶ୍ୱଜିତ୍ ଦାଶ, ସହକାରୀ ନିର୍ଦ୍ଦେଶିକା(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶବରୀ ସାଂସ୍କୃତିକ ପରିଷଦର କର୍ମକର୍ତ୍ତା, ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ମହାନ୍ ସ୍ୱାଧୀନତା ସଂଗ୍ରାମୀ ଡଃ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ସେ ଜଣେ ନୀତିନିଷ୍ଠ ରାଜନୀତିଜ୍ଞ ଭାବେ ସମଗ୍ର ଦେଶରେ ପରିଚିତ ବୋଲି ପ୍ରକାଶ କରିଛନ୍ତି । ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ସଂଗ୍ରାମରେ ଯୋଗଦେଇ ଆଦିବାସୀମାନଙ୍କ ମଧ୍ୟରେ ଦେଶପ୍ରେମର ବହ୍ନି ପ୍ରଜ୍ୱଳନ କରିଥିଲେ । ମୁଖ୍ୟମନ୍ତ୍ରୀ ଥିବା ସମୟରେ ମଧ୍ୟ ସେ ସରଳ ଜୀବନଯାପନ କରୁଥିଲୋ ତେଣୁ ଓଡ଼ିଶାବାସୀ ତାଙ୍କୁ ବହୁତ ଶ୍ରଦ୍ଧା ଓ ସମ୍ମାନ କରୁଥିଲେ । ଜମିଦାରୀ ଉଚ୍ଛେଦ, ଓଡ଼ିଶା ଭୂସଂସ୍କାର ଆଇନ, ଶିକ୍ଷା, ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ଓଡ଼ିଶାବାସୀଙ୍କ ହୃଦୟରେ ଚିର ଅମର ହୋଇ ରହିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।
Sign in
Sign in
Recover your password.
A password will be e-mailed to you.