ନବରଙ୍ଗପୁର/ଅଶୋକ ସାହୁ: ଆଜି ନବରଙ୍ଗପୁର ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ନବରଙ୍ଗପୁରର ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ଦାସ ଏବଂ ସଂଯୋଜକ ଏମ ବାଲକୃଷ୍ଣ ରାଓ ଙ୍କ ନେତୃତ୍ବରେ ଜିଲ୍ଲାର ସମସ୍ତ ସଦସ୍ୟ ସଦସ୍ୟା ବୃନ୍ଦ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ପହଞ୍ଚିବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଜିଲ୍ଲାପାଳଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି l ଏହି ଶୋଭାଯାତ୍ରାରେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ବିଭାଗରୁ ଜିଲ୍ଲା ସ୍ତରୀୟ ଅମଲା ମାନେ ଯୋଗ ଦେଇଥିଲେ l ପ୍ରକାଶ ଥାଉକି, ଦୀର୍ଘ ବର୍ଷ ହେଲା ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ବେତନରେ ଥିବା ଅସଙ୍ଗତି କୁ ଦୂର କରିବାରେ ରାଜ୍ଯ ସରକାରଙ୍କ ଅବହେଳା ଓ ବୈମାତୃକ ମନୋଭାବ ଉପରେ ଘୋର ଅସନ୍ତୋଷ ଲାଗିରହିଥିଲା l ଏଠାରେ ପ୍ରକାଶ କରା ଯାଇ ପାରେ ଯେ, ରାଜ୍ୟ ସରକାର ୨୦୧୭ ମସିହା ଠାରୁ ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକ ସହିତ କମ୍ପ୍ୟୁଟର ଜ୍ଞାନ କରିଥିଲେ ମଧ୍ୟ ବେତନରେ କୌଣସି ପ୍ରକାର ଅଭିବୃଦ୍ଧି କରି ନାହାଁନ୍ତି l ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ସମଭାବାପନ୍ନ ଅମଲା ସଂଘ ପକ୍ଷରୁ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ଫଳ ଶୂନ୍ୟ ହୋଇଅଛି l ଏହାର ପ୍ରତିବାଦରେ ଆଜିର ଶୋଭାଯାତ୍ରା ରେ ଜିଲ୍ଲା ର ବିଭିନ୍ନ ପ୍ରାନ୍ତରୁ ଯୋଗଦେଇଥିବା ସମସ୍ତ ପ୍ରତିନିଧି ମାନେ ଆଉ ଆଲୋଚନା ନୂହେଁ, ଆନ୍ଦୋଳନାତ୍ମକ କାର୍ଯ୍ଯକ୍ରମ ଜରିଆରେ ଦାବି ହାସଲ କରିବାକୁ ହେବ ବୋଲି ମତ ପ୍ରକାଶ କରିଥିଲେ l
ଯଦି ଅପ୍ରେଲ ମାସ ୩୦ ତାରିଖ ସୁଦ୍ଧା ରାଜ୍ଯ ସରକାର ଜିଲ୍ଲା ସ୍ତରୀୟ ଅମଲା ମାନଙ୍କର ଦାବି ପୂରଣ ନ କରନ୍ତି ତେବେ ମଇ ମାସ ଏକ ତାରିଖରେ ରାଜ୍ଯ ସଂଘ ସରକାରଙ୍କୁ ଏକ ଚରମ ସ୍ମାରକ ପତ୍ର ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି l
Sign in
Sign in
Recover your password.
A password will be e-mailed to you.
Prev Post
ଜିଲ୍ଲା ରେ ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା ଏବଂ ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
Next Post