ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସିକୁଳିପଦର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ପିଏ ଆଇଟିଡିଏ ଶ୍ରୀ ଫାଲଗୁନି ମାଝୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସିକୁଲିପଦର ଗ୍ରାମ ପଞ୍ଚାୟତ ସମେତ ଚାନ୍ଦୀପୁଟ , ମେରାପାଲ୍ଲୀ ଓ ପିଣ୍ଡିକି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୧୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୪ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି ଓ ୧୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।
୪ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୩୦୦୦/- ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ୨୩ ଜନଙ୍କୁ ମଧୁବାବୁ ପେନସନ ଯୋଜନର ସାମିଲ କରାଯାଇଛି , ୪ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ୟୁଇଲ୍ ଚେୟାର ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା। ଆଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ମୋହନା ବ୍ଲକ୍ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପସ୍ଵିନୀ ହାଂସଦା ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post