ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

0 2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ , କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ୍ – ତଥା – ଅଧ୍ୟକ୍ଷ, ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟିର ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପ୍ରାଧିକରଣର ସଚିବ ଶ୍ରୀ ରବି ନାରାୟଣ ବେହେରା ଯୋଗଦେଇ ଏହି ଦିବସ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ ଏବଂ ଶ୍ରମିକ ମାନେ ଶ୍ରମ ଆଇନ ଏବଂ ଅଧିକାର ସମ୍ପର୍କରେ ଜାଣିବା ଉଚିତ ବୋଲି ସେ ନିଜ ବକ୍ତବ୍ୟରେ କହିଥିଲେ।
ଶ୍ରମିକ ଉନ୍ନୟନ ପାଇଁ ରହିଥିବା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ସଚେତନତା କରାଇଥିଲେ। ଅଣ ସଂଗଠିତ ଶ୍ରମିକ ମାନଙ୍କ ପାଇଁ ରହିଥ‌ିବା ମାଗଣା ଆଇନ ସେବା ବିଷୟରେ ମଧ୍ୟ ଆଲୋକପାତ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଅଲ ଓଡିଶା ମଜଦୁର ସଙ୍ଘର ସଭାପତି ଶ୍ରୀ ଜନ୍ନା ସୁବାସ ଚନ୍ଦ୍ର ରାଓ ଯୋଗଦେଇ ଶ୍ରମିକଙ୍କ ପାଇଁ ଥ‌ିବା ବିଭିନ୍ନ ଆଇନ ସମ୍ପର୍କରେ ଉପସ୍ଥିତ ଶ୍ରମିକମାନଙ୍କୁ ସଚେତନ କରିଥିଲେ।
ଶ୍ରମିକ ମାନେ ଆଇନ ଏବଂ ଅଧିକାର ସମ୍ପର୍କରେ ଜାଣିଲେ ନିଜ ହକ୍ ପାଇଁ ଲଢେଇ କରି ସୁବିଧା ହାସଲ କରିବାରେ ସଫଳତା ମିଳିପାରିବ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମଚାରୀ ମାନେ ପରିଚାଳନା କରିଥିଲେ।

Leave A Reply

Your email address will not be published.