ଭୁବନେଶ୍ୱର: ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତିା ଏହି ପରୀକ୍ଷାରେ ୫୪ ଜଣ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍ରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବାବେଳେ ୨୧ ଜଣ ଛାତ୍ରଛାତ୍ରୀ ୯୦ ପର୍ସେଣ୍ଟାଇଲରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତିା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକଶିକ୍ଷୟିତ୍ରୀ ଓ ପରିଚାଳକଙ୍କୁ ଅଭିନନ୍ଦନ ଜଣାଇଛନ୍ତିା
ସିବିଏସ୍ଇ ପାଠ୍ୟକ୍ରମ ଅନୁଯାୟୀ ରାଜ୍ୟର ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଏହି ମହତ୍ତ୍ୱାକାଂକ୍ଷୀ ପଦକ୍ଷେପ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତିା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷାର ବିକାଶ ସହ ମେଧାବୀ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ ବୃଦ୍ଧି କରିଛି ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତିା
ଛାତ୍ରଛାତ୍ରୀମାନଙ୍କ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ୍ ଅଭିନନ୍ଦନ ଜଣାଇଛନ୍ତିା ଗତବର୍ଷ ତୁଳନାରେ ଚଳିତ ବର୍ଷ ପରୀକ୍ଷା ଫଳ ଖୁବ୍ ଉତ୍ସାହଜନକ ବୋଲି ରାଜ୍ୟ ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜଣାଇଛନ୍ତିା
Sign in
Sign in
Recover your password.
A password will be e-mailed to you.