୭୬ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଚାକିରୀ ନିୟମିତ ହେଲା

0

ବାରିପଦା(ଦିଲ୍ଲୀପ ମହାନ୍ତି )- ୨୦୧୧ରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଚୁକ୍ତିଭିତ୍ତିକ ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ୭୬ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କର ଚାକିରୀକୁ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଦେଶନାମା ୧୦୫୬୫/୨୨.୦୯.୨୦୧୮ ଅନୁସାରେ ନିୟମିତ କରାଗଲା । ଏହି ପରିପ୍ରେକ୍ଷୀରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ  କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରି ନିୟମିତ ହୋଇଥିବା ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିବା ସମୟରେ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜଗନ୍ନାଥ ସାହୁ, ବରିଷ୍ଠ  କିରାଣୀ ଜ୍ଞାନ ରଞ୍ଜନ ଦାସ, ବିଜ୍ଞାନ ଶିକ୍ଷକ ଦିଲ୍ଲୀପ ଦାଶ ପ୍ରମୁଖ ଉପସ୍ଥିତ ରହିଥିଲେ ଓ ୨୦୧୧ ବ୍ୟାଚର ସଭାପତି ହରିଶ୍ଚନ୍ଦ୍ର ଦାସ, ପୂର୍ଣ୍ଣଚନ୍ଦ୍ର ମହାନ୍ତ, ଆଶିଷ କୁମାର ମହାନ୍ତ, ବିନ୍ଦୁରେଖା ପ୍ରଧାନ, ଶତାବ୍ଦୀ କର ପ୍ରମୁଖ ଶିକ୍ଷକ, ଶିକ୍ଷୟତ୍ରୀମାନେ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ । 

 

Leave A Reply

Your email address will not be published.