ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଯୋଗଦାନ କରି ପଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଚେସ ଆସୋସିଏସନ ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, କେସି କ୍ଲବ ସମ୍ପାଦକ ସଂଗ୍ରାମ ଗୁମାନସିଂ ପ୍ରମୁଖ ଉପସ୍ଥିତ ଥିଲେ।ସାମ୍ବାଦିକ ରାମକୃଷ୍ଣ ରଥ ଏବଂ ତରୁଣ ଖାଁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୪୨ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସ୍ୱିସ ଲିଗରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ସନ୍ତୋଷ ମହାପାତ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ କୋଷାଧ୍ୟକ୍ଷ ତରୁଣ ଖାଁ,ସଦସ୍ୟ ସ୍ବଦେଶ ରଥ, ଲକ୍ଷ୍ମୀଧର ସାହୁ, ରିତେଶ ରଥ, ବାଲାରସେନ ପାତ୍ର ପ୍ରମୁଖ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.