ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗତ ଦୁଇଦିନ ଧରି ନୟାଗଡ଼ରେ ଚାଲିଥିବା ଜିଲ୍ଲାସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟରେ ଜିତେନ୍ଦ୍ର କୁମାରଦାସ ଚମ୍ପିୟାନ ହୋଇ ପ୍ରମାଣପତ୍ର ଓ ଅର୍ଥରାଶି ପୁରସ୍କାର ପାଇଛନ୍ତି। ଅନ୍ୟପକ୍ଷରେ ଦ୍ୱିତୀୟ ସ୍ଥାନରେ ବାଲାରସେନ ପାତ୍ର, ତୃତୀୟ ରେ ଜଳଧର ପାତ୍ର,ଚତୁର୍ଥ ରେ ସିଦ୍ଧାର୍ଥ ଶଙ୍କର ରାୟ ଏବଂ ପଞ୍ଚମ ସ୍ଥାନରେ ଗଙ୍ଗାଧର ଦାସ ପ୍ରମୁଖ ପୁରସ୍କୃତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କେସି କ୍ଲବଠାରେ ଦୁଇଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟର ଆଜି ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରି ଉପସ୍ଥିତ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହିତ ମୋବାଇଲରେ ଅଯଥା ସମୟ ଅପଚୟ ନକରି ଅଧିକରୁ ଅଧିକ ଚେସ ଖେଳରେ ମନୋନିବେଶ ପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ଯୋଗଦାନ କରିଥିଲେ। ଅନ୍ତିମ ସମାରୋହରେ ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁ,ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, କେସି କ୍ଲବ ସମ୍ପାଦକ ସଂଗ୍ରାମ ଗୁମାନସିଂ, ପ୍ରମୁଖ ଉପସ୍ଥିତ ଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୪୨ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସ୍ୱିସ ଲିଗରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ସନ୍ତୋଷ ମହାପାତ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ କୋଷାଧ୍ୟକ୍ଷ ତରୁଣ ଖାଁ,ସଦସ୍ୟ ସ୍ବଦେଶ ରଥ, ଲକ୍ଷ୍ମୀଧର ସାହୁ, ରିତେଶ ରଥ, ବାଲାରସେନ ପାତ୍ର ଏବଂ କେସି କ୍ଲବ ପକ୍ଷରୁ ସାମ୍ବାଦିକ ରାମକୃଷ୍ଣ ରଥ, ଗୌରୀଶଙ୍କର ଦାସ, ସନ୍ତୋଷ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.