କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କଲେ ଜିଲ୍ଲାପାଳ

0 1

 ପାରଳାଖେମୁଣ୍ଡି(ବାଳକୃଷ୍ଣ ପାଣିଗ୍ରାହୀ) ସ୍ଥାନୀୟ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଅନୁପମ ଶାହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଗତ ଅଗଷ୍ଟ ୧୫  ଅବସରରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଭାମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ବର୍ଷା ଯୋଗୁଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ  କୌଣସି ବିଦ୍ୟାଳୟର ଛାତ୍ର ଛାତ୍ରୀ ଜିଲ୍ଲାସ୍ତରୀୟ ପରେଡରେ ଯୋଗ ନ ଦେଇଥିବାରୁ  ଉକ୍ତ ଦିନ ପ୍ରତିଭା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇନଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବିଚନ୍ଦ୍ର ନାୟକ ଓ  କର୍ମକର୍ତ୍ତାମାନେ ପରିଚାଳନା କରିଥିଲେ।

Leave A Reply

Your email address will not be published.