୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମ ଲେଖାଇବେ ୧୩୪୬୮ ଛାତ୍ରଛାତ୍ରୀ

0 2

ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବା ପାଇଁ ପଦକ୍ଷେପ ନିଆଯାଇଛିା ଏଥି ମଧ୍ୟରୁ ୧୦୦ ଗୋଟି ବିଦ୍ୟାଳୟରେ କଳା ଓ ୬ ଗୋଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବା ଏହି ବିଦ୍ୟାଳୟଗୁଡ଼ିକରେ ଦୁଇ ଗୋଟି ଲେଖାଏଁ ସେକ୍ସନ ଖୋଲିବା ପାଇଁ ସ୍ଥିର ହୋଇଛିା ପ୍ରତ୍ୟେକ ସେକ୍ସନରେ ୬୪ ଜଣ ଲେଖାଏଁ ମୋଟ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବୋ ଏହାଦ୍ୱାରା ରାଜ୍ୟରେ ୧୦୬ ଗୋଟି ସରକାରୀ ବିଦ୍ୟାଳାୟରେ ମୋଟ ୧୩୪୬୮ ସିଟ ନାମ ଲେଖାପାଇଁ ବୃଦ୍ଧି ପାଇବା ସମ୍ପ୍ରତି ପ୍ରଧାନଶିକ୍ଷକମାନେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ରାଜ୍ୟସ୍ତରରେ ତାଲିମ ଦିଆଯାଇଛିା ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିଯୋଜନ ପ୍ରକ୍ରିୟା ବିଦ୍ୟାଳୟ ସ୍ତରରେ ଚାଲୁ ରହିଛିା

Leave A Reply

Your email address will not be published.