ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନ୍ୟାସନାଲ ଗ୍ରୀନ ଟ୍ରିବୁନାଲର ରାୟ ପ୍ରରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଆଜି ୬ ଜଣ ରାଜସ୍ବ ବିଭାଗର କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି । ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ସେକ୍ସନ ଅଫିସର ଏମଡି ସୁଲତାନ ହକଙ୍କୁ ନିଲମ୍ବନ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ ଅରୁଣ କୁମାର ସେଠି, ରଣପୁର ତହସିଲର ରାଜସ୍ଵ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ରଣପୁର ତହସିଲର ଚନ୍ଦ୍ରଶେଖର ନନ୍ଦଙ୍କୁ ଆଜି ଜିଲ୍ଲାପାଳ ନିଲମ୍ବନ କରିଛନ୍ତି । ଏମାନଙ୍କ ନାମରେ ଚାନ୍ଦପୁର ଥାନାରେ ଫୌଜଦାରି ମାମଲା ରୁଜ କରାଯାଇଥିଲା । ରଣପୁର ତହସିଲ ମୟୁରଝାଲିଆ ଗ୍ରାମରେ ଚାଲିଥିବା ବେଆଇନ ଖଣି ଖନନରେ ସଂପୃକ୍ତ ଥିବା ନେଇ ଅଭିଯୋଗ ଆସିଥିଲା । ଏନଜିଟି ପକ୍ଷରୁ ଏମାନଙ୍କ ବିରୁଦ୍ଧରେ ଫୌଜଦାରି ମାମଲା ରୁଜ କରିବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ଚିଠି କରାଯାଇଥିଲା । ରଣପୁର ତହସିଲଦାର ଏମାନଙ୍କ ବିରୁଦ୍ଧରେ ଚାନ୍ଦପୁର ଥାନାରେ ମାମଲା ରୁଜୁ କରିଥିଲେ ।
Sign in
Sign in
Recover your password.
A password will be e-mailed to you.
Prev Post