ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ଅନଘା ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ) , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅନଘା ଗ୍ରାମ ପଞ୍ଚାୟତ ସମେତ ତବରାସିଂ, ପରିସଲା ଓ ରାମଗିରି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬ ଓ ୧ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।
ସେଥିମଧ୍ୟରୁ ଜଣକୁ ରେଡ୍କ୍ରସ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି ଓ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ଓ ଜମି ପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ଆର.ଉଦୟଗିରି ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀନାରାୟଣ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମୋହନ ଖାର୍ସେଲ , ତହସିଲଦାରଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

Leave A Reply

Your email address will not be published.