ସୁନ୍ଦରଗଡ଼(ବସନ୍ତ କୂମାର ଜେନା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢଉ ଚାଲିଥିବାର ଖବର ମିଳିଛି।
ସେ ବର୍ତ୍ତମାନ ହେମଗିରି ଅଞ୍ଚଳ ପାଇଁ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଦାୟିତ୍ଵରେ ଥିଲେ। ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ଅଫିସ , ଲେଫ୍ରିପଡ଼ା ଅଫିସ ଓ ସରକାରୀ ବାସଭବନ, ସୁନ୍ଦରଗଡ଼ର କେନ୍ଦୁପଡ଼ାରେ ଥିବା ଭଡ଼ା ଘର, ଭଦ୍ରକ ବନ୍ତରେ ଥିବା ପୈତୃକ ଘର, ଭଦ୍ରକ ସିନ୍ଦୋଳରେ ଥିବା ଶ୍ବଶୁର ଘର ଓ ବନ୍ତ ଛକରେ ଥିବା ତାଙ୍କ ଘରେ ଏକକାଳୀନ ଚଢଉ କରୁଛି ଭିଜିଲାନ୍ସ। ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢଉ ଚାଲିଛି।
Sign in
Sign in
Recover your password.
A password will be e-mailed to you.