ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଓଡ଼ିଶ ଏବଂ ବାରୁଆଁ (ବି) ପଞ୍ଚାୟତ ରେ ଜିଲ୍ଲା ଖଣିଜ ପାଣ୍ଠି ରୁ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥି ମଧ୍ୟରୁ ଓଡ଼ିଶ ବ୍ରହ୍ମକୁଣ୍ଡ , କଂଶର ଗୋଡା, ମାଳୁଆ ଗୋଡ଼ା,ନୂଆ ଜିରାଳ ରେ ମିନି କଲ୍ୟାଣ ମଣ୍ଡପ ଏବଂ ହାଇସ୍କୁଲ ଗୃହ ଉଦଘାଟନ କରିଥିଲେ । ଓଡିଶ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବାୟୋ ମେଡ଼ିକାଲ ଗୃହ ଓ କଲ୍ୟାଣ ମଣ୍ଡପ ପାଇଁ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ । ବାରୁଆଁ ରେ ମଧ୍ୟ କଲ୍ୟାଣ ମଣ୍ଡପ ପାଇଁ ଶିଳାନ୍ୟାସ କରାଯାଇଥିଲା । ପ୍ରାୟ ୧ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ରେ ଏହି ପ୍ରକଳ୍ପ ନିର୍ମାଣ ହେବ ବୋଲି ମନ୍ତ୍ରୀ ଶ୍ରୀଯୁକ୍ତ ମଲ୍ଲିକ ଘୋଷଣା କରିଥିଲେ ।ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ,ବିଡ଼ିଓ କଲ୍ୟାଣ ସୌରଭ ଦାଶ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ,ଜିଲ୍ଲା ପରିଷଦ ସଭ୍ୟ ରମେଶ ଚନ୍ଦ୍ର ସାହୁ,ବାରୁଆଁ ସରପଞ୍ଚ ବୀଣାପାଣି ସାହୁ, ଓଡ଼ିଶ ସରପଞ୍ଚ ମୋହନ ମହାନ୍ତ ଓ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।
Sign in
Sign in
Recover your password.
A password will be e-mailed to you.