ଭୁବନେଶ୍ୱର(ଶାସକ ପ୍ରଶାସକ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ସରକାରୀ କଲେଜ ଅବସରପ୍ରାପ୍ତ ଶିକ୍ଷକ ସଂଘ ତରଫରୁ ୩ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରାଯାଇଛି । ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ଲୋକସେବା ଭବନଠାରେ ସଂଘର ସଭାପତି ଡଃ. ମିହିର ଦାସ, ଉପସଭାପତି ଡଃ. ନାରାୟଣ ମହାନ୍ତି ଏବଂ କାର୍ଯ୍ୟନିର୍ବାହୀ ସଭ୍ୟ ଡଃ ଅମୀୟ କୁମାର ମହାନ୍ତି ସାକ୍ଷାତ କରି ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଚେକ୍ ଆକାରରେ ପ୍ରଦାନ କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.