ଭୁବନେଶ୍ୱର:ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛିା ଆଜି ମୋଟ ୨୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲାା ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲାା ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଜଣଙ୍କୁ ତିନି ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛିା
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ଦେବବ୍ରତ ସାହୁ, ସିଡିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ, ଜୋନ-୪ ଏସିପି ଶ୍ରୀ ଶୁଭ ନାରାୟଣ ମୁଦୁଲି, ଅବକାରୀ ଉପ ଅଧିକ୍ଷକ ଶ୍ରୀ ରାଜ କିଶୋର ସ୍ୱାଇଁ, ବିଡିଓ ଶ୍ରୀ ସମ୍ପଦ କୁମାର ଦଳାଇ, ସଂପୃକ୍ତ ତହସିଲଦାର, ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀମତୀ ସୁଚେତା ଦାସ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲୋ
Sign in
Sign in
Recover your password.
A password will be e-mailed to you.