ଜଗତସିଂହପୁର/ସୁମନ୍ତ କୁମାର ଦାସ- ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ଆନୁକୁଲ୍ୟରେ ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ସମାଜସେବୀ, ସମାଜର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। ଏହି ପୁଣ୍ୟ ତିଥିରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ, ପୌରାଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଗୋପବନ୍ଧୁ ନଗର ଉଦ୍ୟାନରେ ଅବସ୍ଥିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୌରପରିଷଦ ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ବରିଷ୍ଠ ସହାୟକ ଦୀପକ ପଟ୍ଟନାୟକ, ଯୋଗଦେଇ ପୂର୍ଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.