ଜଗତସିଂହପୁର,/ସୁମନ୍ତ କୁମାର ଦାସ:ଜଗତସିଂହପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ସଭାପତି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ପାଳନ ହୋଇଯାଇଛି। ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ ଙ୍କ ସଭାପତିତ୍ବରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ପ୍ରତିମୂର୍ତ୍ତୀ ଓ ଜିଲ୍ଲା କଂଗ୍ରେସ କାର୍ଯ୍ୟଳୟ ଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ, ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲ୍ଲିକ, ବ୍ଲକ କଂଗ୍ରେସ ସଭାପତି ଅଦ୍ଵୈତ ଜେନା, ପୂର୍ବତନ ସରପଞ୍ଚ ନିରଞ୍ଜନ ସେନ, ବରିଷ୍ଠ ନେତା ମହେଶ୍ୱର ବିଶ୍ବାଳ, ଅବନୀ କାନ୍ତ ମହାରଣା, ଶାରଦା ପ୍ରସାଦ ସାହୁ,ଇମତହାଜ୍ ଖାନ, ଅନ୍ତର୍ଯ୍ୟାମୀ ଖଟେଇ, ରମେଶ ବିଶ୍ବାଳ ପ୍ରମୁଖ ଉପସ୍ଥିତ ରହି ଉତ୍କଳମଣି ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.