ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପରିମଲା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପରିମଲା ଗ୍ରାମ ପଞ୍ଚାୟତ ସମେତ ଉଦୟପୁ , ସମ୍ବଲପୁର ଓ କିରାମା ପଞ୍ଚାୟତର ସମୁଦାୟ ମୋଟ- ୫୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୧ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୪ ଗୋଟି ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଓ ସାତ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ଶ୍ରୀ କୁରେଶ୍ ଚନ୍ଦ୍ର ଜାନି ଓ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post