ସଂଗୀତଭିତ୍ତିକ କାର୍ଯ୍ୟକ୍ରମ “ଗୁହାରି’ ଉଦଘାଟିତ

0

ଭୁବନେଶ୍ୱର:ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଏକ ନିଆରା ଭକ୍ତି ଭାବାପନ୍ନ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ “ଗୁହାରି’ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଉଦ୍ଘାଟିତ ହୋଇଯାଇଛିା ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ କାର୍ଯ୍ୟକ୍ରମ ଆସନ୍ତାକାଲି ଉଦ୍ଯାପିତ ହେବା
ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସତ୍ୟବ୍ରତ ସାହୁ ଉଦଘାଟନ କରିଥିଲୋ ଏହି ଅବସରରେ ପଦ୍ମଶ୍ରୀ ଶ୍ରୀମତୀ ଶ୍ୟମାମଣି ଦେବୀ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ, ଅତିରିକ୍ତ ଶାସନ ସଚିବ ଶ୍ରୀଯୁକ୍ତ ମଧୁସୂଦନ ଦାଶ, କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଂଗୀତ ନାଟକ ଏକାଡେମୀର ସଚିବ ଶ୍ରୀଯୁକ୍ତ ପ୍ରବୋଧ କୁମାର ରଥଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲୋ
ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ପରିଚାଳନା କରିଥିଲୋ

Leave A Reply

Your email address will not be published.