ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

0
  • ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

  • ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି | ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି |
ଏହି ଦୁର୍ଘଟଣାରେ ଆହତମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |
ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି |

Leave A Reply

Your email address will not be published.