ଜିଲ୍ଲାପାଳଙ୍କୁ ବିଦାୟ ସମ୍ବର୍ଦ୍ଧନା

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ରବିବାର ସନ୍ଧ୍ୟା ସମୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ବର୍ତ୍ତମାନ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।
ଶ୍ରୀଯୁକ୍ତ ପଣ୍ଡା ଦୀର୍ଘ ଦୁଇ ବର୍ଷ ଧରି ଗଜପତି ଜିଲ୍ଲାର ଜିଲ୍ଲାପାଳ ଭାବେ ରହି ଅନେକ ଗୁରୁତ୍ଵ ପୂର୍ଣ୍ଣ କାର୍ଯ୍ୟ କରିଆସୁଥିଲେ। ବର୍ତ୍ତମାନ ସେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଭାବରେ ବଦଳି କରାଯାଇଛି। ସେ ଜଣେ ମିଷ୍ଟଭାଷୀ , ଦକ୍ଷ ପ୍ରଶାସକ , ପରିଶ୍ରମୀ ପ୍ରଶାସକ ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ସରଳ ଓ ଅମାୟିକ ବ୍ୟବହାର ପାଇଁ ସେ ଜିଲ୍ଲାର ସମସ୍ତ କର୍ମଚାରୀଙ୍କ ନିକଟତର ହୋଇପାରିଥିଲେ।
ଗଜପତି ଜିଲ୍ଲାର ବିକାଶ କ୍ଷେତ୍ରରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଥିଲା। ସେହିପରି ନୂତନ ଭାବେ ଦାୟିତ୍ବ ଗ୍ରହଣ କରିଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ବାତୀ ଏସ୍.କୁମାର , ଡ଼ି.ଏଫ୍.ଓ ଶ୍ରୀ ଏସ୍.ଆନନ୍ଦ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଉପ-ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ , ପ୍ରକଳ୍ପ ପ୍ରଶାସକ , ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଫାଲଗୁନି ମାଝୀ , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ଓ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.