ଦିଗପହଣ୍ଡି ମର୍ମନ୍ତୁଦ ବସ ଦୁର୍ଘଟଣା:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ

0

Image

PMNRF ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ : ଓଡ଼ିଶାର ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି | ପ୍ରଧାନମନ୍ତ୍ରୀ ଏକ ଶୋକବାର୍ତ୍ତାରେ କହିଛନ୍ତି ” ଏହି ଦୁଖଦ ଘଟଣାରେ ମୁଁ ମର୍ମାହତ | ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠି(PMNRF)ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ” |

 

Leave A Reply

Your email address will not be published.